fbpx

ଦେଶରେ ମୃତ୍ୟୁସଂଖ୍ୟା ୧୪୦କୁ ବୃଦ୍ଧି, ୨୪ ହଜାର ହେଲେ ଆକ୍ରାନ୍ତ

ନୂଆଦିଲ୍ଲୀ, ୧୩ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୮ ହଜାର ୪୪୬କୁ ବୃଦ୍ଧି ପାଇଛି । ଦିନକରେ ୨୪ ହଜାର ୮୮୨ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୩ ଲକ୍ଷ ୮ ହଜାର ୮୪୬କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨ ହଜାର ୨୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯ ଲକ୍ଷ ୭୩ ହଜାର ୨୬୦ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.