fbpx
BJD
BJD SKY
BJD SKY

ରାଜ୍ୟରେ ଆଜି ୧୪୩ ପଜିଟିଭ୍ ଚିହ୍ନଟ, ୧ ମୃତ

BJD

ଭୁବନେଶ୍ୱର,୨୧।୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୧୪୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୪ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୯ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୩ ହଜାର ୮୬୬ କୁ ବୃଦ୍ଧି ପାଇଛି । ସୁସ୍ଥ ସଂଖ୍ୟା ୩ ଲକ୍ଷ ୩୦ ହଜାର ୩୨୧ ହୋଇଥିବା ବେଳେ ଏବେ ବି ୧ ହଜାର ୫୮୯ ଜଣ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ପୁରୀରୁ ସର୍ବାଧିକ ୨୩ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

 

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସହ କରୋନା ମୃତ୍ୟୁ ସଂଖ୍ୟା ମଧ୍ୟ କମିବାରେ ଲାଗିଛି । ଆଜି ୧୪୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୦୨ କୁ ବୃଦ୍ଧି ପାଇଛି । ଆଜି କଟକରୁ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.