fbpx

କରୋନା ଭାଇରସ୍ ପାଇଁ ଜଗତସିଂହପୁର, ଗଜପତି ଓ ଭଦ୍ରକ ଜିଲ୍ଲାରେ ଜାରି ହେଲା ୧୪୪ଧାରା

ଭୁବନେଶ୍ୱର, ୧୭ା୩(ଓଡ଼ିଶା ଭାସ୍କର): କରୋନା ଭାଇରସ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି । କରୋନା ଭୂତାଣୁକୁ ଦୃଷ୍ଟିରେ ରଖି ଜିଲ୍ଳା ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି । ଆଜି ଜଗତସିଂହପୁର, ଗଜପତି ଓ ଭଦ୍ରକ ଜିଲ୍ଲାରେ ୧୪୪ଧାରା ଜାରି କରାଯାଇଛି । ଗତକାଲି ମଧ୍ୟ ଯାଜପୁର, କେନ୍ଦ୍ୁଝରରେ ୧୪୪ଧାରା ଜାରି କରାଯାଇଥିଲା ।

ଉଲ୍ଲେଖଯୋଗ୍ୟ ଯେ କରୋନାରେ ସାରା ବିଶ୍ୱରେ ୭୦୦୦ରୁ ଉଦ୍ଧ୍ୱର୍ ଲୋକଙ୍କର ମୃତ୍ୟୁ ହୋଇସାରିଲାଣି । ସେହିପରି ଭାରତରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୫କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୦୩ଜଣ ଭାରତୀୟ ଥିବା ବେଳେ ୨୨ଜଣ ବିଦେଶୀ ନାଗରିକ ରହିଛନ୍ତି । ଏହାସହ ବର୍ତ୍ତମାନ ସୁଦ୍ଧା ଭାରତରେ କରୋନାରେ ୩ଜଣଙ୍କର ମୃତ୍ୟୁ ହୋଇସାରିଛି । ସେହିପରି ଓଡ଼ିଶାରେ ମଧ୍ୟ ଜଣେ କରୋନାରେ ଆକ୍ରାନ୍ତ ଅଛନ୍ତି ।

Get real time updates directly on you device, subscribe now.