fbpx

ଦେଶରେ ଦିନକରେ ୧୪୫ ମୃତ, ୧୩ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୮ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୪୫ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୪୧୯କୁ ବୃଦ୍ଧି ପାଇଛି । ଦିନକରେ ୧୩ ହଜାର ୭୮୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୭୧ ହଜାର ୭୮୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮ ହଜାର ୧୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨ ଲକ୍ଷ ୧୧ ହଜାର ୩୪୨ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.