fbpx

ବଡ ଖବର: ରାଜ୍ୟରେ ପୁଣି ୧୪୮୪ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୪ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୪୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୮୮୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୯୫ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭ ହଜାର ୬୮୧ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


ତେବେ ଆଜି ଗଞ୍ଜାମରେ ସର୍ବାଧିକ ୨୮୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୨୦୧, କଟକରୁ ୧୨୧, ସମ୍ବଲପୁରରୁ ୮୨, କନ୍ଧମାଳରୁ ୬୨, ଢେଙ୍କାନାଳରୁ ୫୧,ନୟାଗଡରୁ ୩୧ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.