ଭୁବନେଶ୍ୱର, ୯/୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୮୪କୁ ବୃଦ୍ଧି ପାଇଛି । ୧୪ ପଜିଟିଭଙ୍କ ମଧ୍ୟରୁ ଗଞ୍ଜାମରୁ ୧୨ ଜଣ, ସୁନ୍ଦରଗଡ ଓ ଭଦ୍ରକରୁ ଜଣେ ଲେଖାଏଁ ପଜିଟିଭ ଚିହ୍ନଟ । ଗଞ୍ଜାମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩କୁ ବଢିଲା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୪ ଥିବା ବେଳେ ସେମାନଙ୍କ ମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି ଓ ୨ଜଣଙ୍କର ମୃତ୍ୟୁ ହୋଇଛି । ଏବେ ଓଡ଼ିଶାରେ ୨୧୯ ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି।
Prev Post