fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ପୁଣି ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧୮ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୮୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଗଜପତି, ସୁବର୍ଣ୍ଣପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଯାଜପୁର, କେନ୍ଦ୍ରାପଡା, କୋରାପୁଟ, ମୟୁରଭଞ୍ଜ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.