fbpx

ରାଜ୍ୟରେ ୧୫ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୪ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୩୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କେନ୍ଦ୍ରାପଡା ୨ ଜଣ, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦୁଝର, କୋରାପୁଟ, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.