fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୫ ଜୀବନ ନେଲା କରୋନା

ଭୁବନେଶ୍ୱର,୧୧ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୨୨୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୪୬୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଜିଲ୍ଲାରୁ ସର୍ବାଧିକ ୪ ଓ କଟକରୁ ୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଜଗତସିଂହପୁର ଓ କେନ୍ଦ୍ରାପଡ଼ାରୁ ୨ ଜଣ ଲେଖାଏଁ , ଖୋର୍ଦ୍ଧା, ଅନୁଗୁଳ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.