fbpx

ରାଜ୍ୟରେ କରୋନା ନେଲା ୧୫ ଜୀବନ, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୪ ।୫(ଓଡିଶା ଭାସ୍କର): ରାଜ୍ୟରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫ ଜଣଙ୍କର ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨,୦୮୮କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧକ ୫ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ରାୟଗଡାରୁ ୩, ସୁନ୍ଦରଗଡ ଓ କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ, ସୁବର୍ଣ୍ଣପୁର, କଟକ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

ତେବେ ରାଜ୍ୟରେ ଆଜି ୮ ହଜାର ୨୧୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ସର୍ବଧିକ ୧୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.