fbpx

ରାଜ୍ୟରେ ୧୫ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୯ ।୯ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର, ଖୋର୍ଦ୍ଧା ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ପୁରୀରୁ ୨, ବଲାଙ୍ଗୀର, ଝାରସୁଗୁଡା, ନବରଙ୍ଗପୁର ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

 

Get real time updates directly on you device, subscribe now.