fbpx

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି, କାଳବୈଶଖୀ ଆଶଙ୍କା : ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ଭାସ୍କର ନ୍ୟୁଜ୍‌): ରାଜ୍ୟରେ କାଳବୈଶାଖୀ ସକ୍ରିୟ ଥିବାରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍‌ ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ ଓ କାଳବୈଶାଖୀ ଜାରି ରହିବ । ୨୪ ଘଣ୍ଟା ଭିତରେ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ସେହିପରି ୧୬ ତାରିଖ ପାଇଁ ୧୫ ଜିଲ୍ଲା ଓ ୧୮ ତାରିଖ ପାଇଁ ୧୨ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Get real time updates directly on you device, subscribe now.