fbpx

ରାଜ୍ୟରେ ଆଜି ପୁଣି ୧୫୦୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର,୨୭ ।୭(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୫୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୦୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୦୧ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୬ ହଜାର ୮୯୨ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରେ ସର୍ବାଧିକ ୪୯୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ ୨୨୩, କଟକରୁ ୧୩୬, ଗଜପତି ଓ କନ୍ଧମାଳରୁ ୭୩ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.