ନୂଆଦିଲ୍ଲୀ, ୨୩ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୨ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୧୮୪କୁ ବୃଦ୍ଧି ପାଇଛି । ଦିନକରେ ୧୪ ହଜାର ୨୫୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।
ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୩୯ ହଜାର ୬୮୪କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୫ ହଜାର ୬୬୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୩ ଲକ୍ଷ ୮୩୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।