fbpx

ଘାଇଲା କରୁଛି କରୋନା: ଆଜି ରାଜ୍ୟରେ ୧୫୨୮ ପଜିଟିଭ୍, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୦ ।୮(ଓଡିଶା ଭାସ୍କର): ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୫୨୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୪୮ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫୮୦ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୭ ହଜାର ୪୫୫ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜମରୁ ସର୍ବାଧିକ ୨୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରେ୨୧୮, ସମ୍ବଲପୁରରେ ୧୬୮, ସୁନ୍ଦରଗଡରେ ୧୨୬ଢେଙ୍କାନାଳରେ ୧୦୭, କଟକରେ ୭୨, ଭଦ୍ରକରେ ୭୦, ବଲାଙ୍ଗୀରେ ୫୯, ବାଲେଶ୍ୱରରେ ୪୩, ମାଲକାନଗିରିରେ ୩୮, ଗଜପତି ଓ କଳାହାଣ୍ଡିରେ ୩୧ ଜଣ ଲେଖାଏଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.