fbpx

ଖୁସି ଖବର: ରାଜ୍ୟରେ ଆଜି ୧୫୩୫ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୮ା୮(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ଆଉ ୧୫୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୪୫୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ତେବେ ଖୋର୍ଦ୍ଧାରୁ ୨୮୭, ସୁନ୍ଦରଗଡ଼ରୁ ୧୭୮, ଗଞ୍ଜାମରୁ ୧୫୬, କନ୍ଧମାଳରୁ ୧୦୫, ପୁରୀରୁ ୯୬, କଯକରୁ ୮୪, କୋରାପୁଟରୁ ୭୩, ବରଗଡ଼ରୁ ୭୦, ନୟାଗଡ଼ରୁ ୬୩, ମାଲକାନଗିରିରୁ ୫୮, ବାଲେଶ୍ୱରରୁ ୫୨, କଳାହାଣ୍ଡିରୁ ୪୭, ଭଦ୍ରକରୁ ୪୨, ଯାଜପୁରରୁ ୩୯, ଗଜପତିରୁ ୨୭, କେନ୍ଦ୍ରାପଡ଼ାରୁ ୨୦, ସମ୍ବଲପୁରରୁ ୨୦, ଝାରସୁଗୁନାରୁ ୧୯, ମୟୁରଭଞ୍ଜରୁ ୧୭, କେନ୍ଦୁଝରରୁ ୧୭, ଢ଼େଙ୍କାନାଳରୁ ୧୫, ରାୟଗଡ଼ାରୁ ୧୪, ନବରଙ୍ଗପୁରରୁ ୧୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୭, ଜଗତସିଂହପୁରରୁ ୬, ନୂଆପଡ଼ାରୁ ୨, ସୋନପୁରରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.