fbpx

ମୃତ୍ୟୁସଂଖ୍ୟା ୧୫୪, ଆକ୍ରାନ୍ତ ସଂଖ୍ୟା ୩୯ ହଜାର

ନୂଆଦିଲ୍ଲୀ, ୧୯ା୩ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୪ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୯ ହଜାର ୩୭୦କୁ ବୃଦ୍ଧି ପାଇଛି । ଦିନକରେ ୩୯ ହଜାର ୭୨୬ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୫ ଲକ୍ଷ ୧୪ ହଜାର ୩୩୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୧ ହଜାର ୨୮୨ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧୦ ଲକ୍ଷ ୮୩ ହଜାର ୬୭୯ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.