fbpx

ଖୁସି ଖବର: ରାଜ୍ୟରେ ଆଜି ୧୫୪୪ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୮ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୫୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୩୦,୨୪୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୫୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୦୩, କୋରାପୁଟରୁ ୧୪୩, ଗଜପତିରୁ ୭୫, ନୟାଗଡରୁ ୬୨, ସୁନ୍ଦରଗଡରୁ ୫୯, କନ୍ଧମାଳରୁ ୪୧, କଟକରୁ ୩୭, କଳାହାଣ୍ଡିରୁ ୩୬, ରାୟଗଡାରୁ ୩୬, ଯାଜପୁରରୁ ୩୪, ବାଲେଶ୍ୱରରୁ ୩୩, ପୁରୀରୁ ୩୨, ସମ୍ବଲପୁରରୁ ୩୧, ମାଲକାନଗିରିରୁ ୨୪, କେନ୍ଦ୍ରାପଡାରୁ ରୁ ୨୧, କେନ୍ଦୁଝରରୁ ୧୭, ବରଗଡ ଓ ବଲାଙ୍ଗିରରୁ ୧୬ ଜଣ ଲେଖାଏଁ, ଢେଙ୍କାନାଳ ୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.