ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୯ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୫୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୦୪ ଓ ସ୍ଥାନୀୟ ଅଞ୍ଚଳରୁ ୬୫୪ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୫ ହଜାର ୬୯୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୩ ହଜାର ୮୮ ରହିଥିବା ବେଳେ ୧୬ ହଜାର ୭୧୫ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 29th July
New Positive Cases: 1558
In quarantine: 904
Local contacts: 654(Details of local contacts will be shared by concerned Dist Administration)
District Wise Cases:
1. Angul: 80
2. Balasore: 97
3. Bargarh: 6
4. Bhadrak: 42
5. Balangir: 10
6. Boudh: 3— I & PR Department, Odisha (@IPR_Odisha) July 30, 2021
23. Nawarangpur: 13
24. Nayagarh: 25
25. Nuapada: 2
26. Puri: 82
27. Rayagada: 8
28. Sambalpur: 14
29. Sonepur: 8
30. Sundargarh: 28
31. State Pool: 103New recoveries: 2039
Cumulative tested: 15950444
Positive: 975690
Recovered: 953088
Active cases: 16715— I & PR Department, Odisha (@IPR_Odisha) July 30, 2021