fbpx
BSKY
BJD SHG SKY
BJD MC SKY

ଦେଶରେ କମୁଛି କରୋନାର ପ୍ରଭାବ: ଆଜି ୧୫୭୬ ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କ୍ରମଶଃ କରୋନାର ପ୍ରଭାବ ହ୍ରାସ ପାଇବାରେ ଲାଗିଛି । ବିଭିନ୍ନ ରାଜ୍ୟରେ ଲାଗୁ କରାଯାଇଥିବା କଟକଣାର ଫଳସ୍ୱରୂପ ଦେଶରେ ଧିରେଧିରେ କରୋନା ନିମ୍ନମୁଖୀ ହେବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୫୭୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୮୬ ହଜାର ୭୧୩କୁ ବୃଦ୍ଧି ପାଇଛି । ଦିନକରେ ୫୮ ହଜାର ୪୧୯ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ କୋଟି ୯୮ ଲକ୍ଷ ୮୧ ହଜାର ୯୬୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୨୯ ହଜାର ୨୪୩ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୨ କୋଟି ୮୭ ଲକ୍ଷ ୬୬ ହଜାର ୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୨୭ କୋଟି ୬୬ ଲକ୍ଷ ୯୩ ହଜାର ୫୭୨ ଜଣଙ୍କୁ ଟିକା ପ୍ରଦାନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.