ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୦ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୫୭୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୧୫ ଓ ସ୍ଥାନୀୟ ଅଞ୍ଚଳରୁ ୬୬୩ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୭ ହଜାର ୨୬୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୫୪ ହଜାର ୯୨୯ ରହିଥିବା ବେଳେ ୧୬ ହଜାର ୩୮୪ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 30th July
New Positive Cases: 1578
In quarantine: 915
Local contacts: 663(Details of local contacts will be shared by concerned Dist Administration)
District Wise Cases:
1. Angul: 47
2. Balasore: 78
3. Bargarh: 9
4. Bhadrak: 52
5. Balangir: 8— I & PR Department, Odisha (@IPR_Odisha) July 31, 2021
22. Mayurbhanj: 41
23. Nawarangpur: 16
24. Nayagarh: 53
25. Nuapada: 2
26. Puri: 109
27. Rayagada: 14
28. Sambalpur: 18
29. Sonepur: 12
30. Sundargarh: 29
31. State Pool: 92New recoveries: 1841
Cumulative tested: 16022677
Positive: 977268
Recovered: 954929
Active cases: 16384— I & PR Department, Odisha (@IPR_Odisha) July 31, 2021