fbpx

କଟକରୁ ଆଜି ୧୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ, ୧୦ା୭(ଓଡ଼ିଶା ଭାସ୍କର): ରାଜ୍ୟରେ ଆଜି ରେକର୍ଡ଼ ସଂଖ୍ୟକ ୭୫୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ କଟକ ସହରରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୬ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩ , ପେଡ଼ କ୍ୱାରେଣ୍ଟିନରୁ ଜଣେ ଓ ସ୍ଥାନୀୟ ଅଞ୍ଚଳରୁ ୨ଜଣ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧ କେନ୍ଦ୍ରରୁ ୩ଜଣ କୋଭିଡ଼ ଯୋଦ୍ଧା, ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଦୁଇ ଜଣ ମଧ୍ୟ କୋଭିଡ଼ ଯୋଦ୍ଧା ବୋଲି ଜଣାପଡ଼ିଛି । କର୍କଟ ହସ୍ପିଟାଲରୁ ୪ଜଣ ଓ କଟକ ସଦରରୁ ୩ଜଣ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.