fbpx

ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୭ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି, ମୟୂରଭଞ୍ଜ ଓ ନୟାଗଡରୁ ୨ ଜଣ ଲେଖାଏଁ, ସୁନ୍ଦରଗଡ ଓ ଝାରସୁଗୁଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.