ରାଜ୍ୟରେ ପୁଣି ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୧୧ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୫୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧ ହଜାରକୁ ବୃଦ୍ଧି ପାଇଛି । କରୋନା ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।