fbpx

ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୦ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୯୦୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୧୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । କଳାହାଣ୍ଡିରୁ ୩,ଭୁବନେଶ୍ୱର ଓ ନୂଆପଡାରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଝାରସୁଗୁଡା, ଭଦ୍ରକ, କଟକ, କେନ୍ଦ୍ରାପଡା, ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.