ରାଜ୍ୟରେ ୧୬ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୫ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୬୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୪୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଢେଙ୍କାନାଳ, ସୁନ୍ଦରଗଡ, ବାଲେଶ୍ୱର, ଅନୁଗୁଳ ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଗଞ୍ଜାମ, ମାଲକାନଗିରି, ପୁରୀ, କେନ୍ଦୁଝର, ଗଜପତି, ବରଗଡ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।