fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୬ ଜୀବନ ନେଲା କରୋନା

Advertisement

ଭୁବନେଶ୍ୱର,୧୬ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୪୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୬ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବରଗଡ଼ରୁ ୩, ଝାରସୁଗୁଡ଼ାରୁ ୨ ଜଣ , ଭୁବନେଶ୍ୱର, ଦେଓଗଡ଼, ମୟୁରଭଞ୍ଜ, ସମ୍ବଲପୁର ନୟାଗଡ଼, ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.