fbpx

ଦେଶରେ ଦିନକରେ ୧୬୧ ମୃତ, ୧୬ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୧ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୧୬୦କୁ ବୃଦ୍ଧି ପାଇଛି । ଦିନକରେ ୧୬ ହଜାର ୩୧୧ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪ ଲକ୍ଷ ୬୬ ହଜାର ୫୯୫କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୨ ହଜାର ୫୨୬ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୯୨ ହଜାର ୯୦୯ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.