fbpx

ଦେଶରେ ଦିନକରେ ୧୬୩ ମୃତ, ୧୪ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୨୨ା୧: ଦେଶରେ କରୋନା ସଂକ୍ରାମିତଙ୍କ ସଂଖ୍ୟା କମିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୩ ହଜାର ୩୨କୁ ବୃଦ୍ଧି ପାଇଛି । ଦିନକରେ ୧୪ ହଜାର ୫୪୫ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୬ ଲକ୍ଷ ୨୫ ହଜାର ୪୨୮କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୮୮ ହଜାର ୬୬୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୨ ଲକ୍ଷ ୮୩ ହଜାର ୭୦୮ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଯାଇଛି ।

Get real time updates directly on you device, subscribe now.