ଭୁବନେଶ୍ୱର, (ଓଡିଶା ଭାସ୍କର): ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ପାଞ୍ଚଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା ତୁଳନାରେ ଉପକୂଳ ଅଞ୍ଚଳରେ ସଂକ୍ରମଣ ହ୍ରାସ ପାଇଁ ଅଧିକ ସମୟ ଲାଗୁଥିବା ଦେଖାଯାଉଛି । ଏହା ମଧ୍ୟରେ ଆଜି ୧୬୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୪୯ ଓ ସ୍ଥାନୀୟ ଅଞ୍ଚଳରୁ ୬୮୮ ଜଣ ଚିହ୍ନଟ ହୋଇଛନ୍ତି ।
ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୬୯ ହଜାର ୧୮୫ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୯ ଲକ୍ଷ ୪୫ ହଜାର ୧୭୭ ରହିଥିବା ବେଳେ ୧୮ ହଜାର ୩୮୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 25th July
New Positive Cases: 1637
In quarantine: 949
Local contacts: 688(Details of local contacts will be shared by concerned Dist Administration)
District Wise Cases:
1. Angul: 100
2. Balasore: 57
3. Bargarh: 11
4. Bhadrak: 71
5. Balangir: 8— I & PR Department, Odisha (@IPR_Odisha) July 26, 2021
22. Nawarangpur: 9
23. Nayagarh: 39
24. Nuapada: 14
25. Puri: 78
26. Rayagada: 14
27. Sambalpur: 13
28. Sonepur: 11
29. Sundargarh: 61
30. State Pool: 71New recoveries: 2108
Cumulative tested: 15656204
Positive: 969185
Recovered: 945177
Active cases: 18381— I & PR Department, Odisha (@IPR_Odisha) July 26, 2021