fbpx

ଖୁସି ଖବର: ରାଜ୍ୟରେ ଆଜି ୧୬୪୧ ଆକ୍ରାନ୍ତ ସୁସ୍ଥ, ଜାଣନ୍ତୁ କେଉଁଠୁ କେତେ ?

ଭୁବନେଶ୍ୱର,୨୦ ।୮(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୪୮,୫୭୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୩୬୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୫୭, ସୁନ୍ଦରଗଡରୁ ୯୧, ଯାଜପୁରୁ ୮୬, ଗଜପତିରୁ ୬୫, କଟକରୁ ୬୩, କୋରାପୁଟରୁ ୬୩, ମୟୁରଭଞ୍ଜରୁ ୬୦, ରାୟଗଡାରୁ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Get real time updates directly on you device, subscribe now.