ଭୁବନେଶ୍ୱରରେ ଅମାନିଆ କରୋନା: ଆଜି ୧୬୬ ପଜିଟିଭ୍ ଚିହ୍ନଟ

0 301

ଭୁବନେଶ୍ୱର, ୯ା୮(ଓଡ଼ିଶା ଭାସ୍କର): ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୬୮ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୩୯୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୪୭୩ଜଣ ସୁସ୍ଥ ହୋଇଛନ୍ତି ଓ ୧୯ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୪୩୫ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

Leave A Reply

Your email address will not be published.