ଦେଶରେ ଦିନକରେ ୧୬୭ ମୃତ, ୧୨ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୨ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୬୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୧ ହଜାର ୩୨୭କୁ ବୃଦ୍ଧି ପାଇଛି । ଦିନକରେ ୧୨ ହଜାର ୫୮୪ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୪ ଲକ୍ଷ ୭୯ ହଜାର ୧୭୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୬ ହଜାର ୫୫୮ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧ ଲକ୍ଷ ୧୧ ହଜାର ୨୯୪ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।