fbpx

ବଢ଼ିଲା ଚିନ୍ତା: ଦେଶରେ ଦିନକରେ ୧୬,୭୬୪ ପଜିଟିଭ୍ ଚିହ୍ନଟ, ହଜାରେ ଟପିଲା ଓମିକ୍ରନ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି । ଦୈନିକ କରୋନା ସଂକ୍ରମଣ ଆଜି ୧୫ ହଜାର ଅତିକ୍ରମ କରିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬,୭୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ଦେଶରେ ୨୨୦ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହି କ୍ରମରେ ଦେଶରେ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୮୧ ହଜାର ୮୦କୁ ବୃଦ୍ଧି ପାଇଛି । ଦେଶରେ ଆକ୍ଟିଭ୍ କେସ୍ ୯୧ ହଜାର ୩୬୧ ଥିବା ବେଳେ ବର୍ତ୍ତମାନ ସୁଦ୍ଧା ୩ ,୪୨,୬୬,୩୬୩ ଜଣ ସୁସ୍ଥ ହୋଇ ଘରକୁ ଫେରିଲେଣି ।

ଅନ୍ୟପଟେ ଦେଶରେ ହଜାରେ ଟପିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧ ହଜାର ୨୭୦କୁ ବୃଦ୍ଧି ପାଇଛି । ୨୪ ଘଣ୍ଟାରେ ୩୦୯ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ର ଓ ଦିଲ୍ଲୀରେ ରେକର୍ଡ ସଂଖ୍ୟକ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମହାରାଷ୍ଟ୍ରରୁ ସର୍ବାଧିକ ୪୫୦ ଓ ଦିଲ୍ଲୀରୁ ୩୨୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.