fbpx

ବଜ୍ରପାତ ଓ ବର୍ଷା ନେଇ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର, ୨ା୭(ଓଡ଼ିଶା ଭାସ୍କର): ଦକ୍ଷିଣ ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ସମୁଦ୍ରପତନ ଠାରୁ କିଛି କିଲୋମିଟର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ଯାହା ଦ୍ୱାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଅଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ବର୍ଷା ସହ ବଜ୍ରପାତ ହେବା ନେଇ ଆସନ୍ତା ୨୪ଘଣ୍ଟା ନେଇ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ । ୧୬ଜିଲ୍ଲାଗୁଡ଼ିକ ହେଉଛି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼ କେନ୍ଦୁଝର, ମୟୂରଭଞ୍ଜ ଓ ଭଦ୍ରକ ।

Get real time updates directly on you device, subscribe now.