ରାଜ୍ୟରେ ୧୭ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୩ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୩୦୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ବାଲେଶ୍ୱର ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଜଗତସିହପୁର, ପୁରୀ ଓ ଖୋର୍ଦ୍ଧାରୁ ୨ ଜଣ ଲେଖାଏଁ, ଭଦ୍ରକ,ଗଞ୍ଜାମ,ଯାଜପୁର, ମୟୂରଭଞ୍ଜ ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।