fbpx

ରାଜ୍ୟରେ ୧୭ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୫ ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି । ଆଜି ରାଜ୍ୟରେ ୨୬୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୨୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ପୁରୀ ଓ କଟକରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱର, ବାଲେଶ୍ୱର ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ଅନୁଗୁଳ, କେନ୍ଦୁଝର, ନବରଙ୍ଗପୁର,ରାୟଗଡା ଓ ସୁନ୍ଦରଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.