fbpx

ରାଜ୍ୟରେ ୧୭ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର, ୯  ।୧୦ (ଓଡିଶା ଭାସ୍କର): ରାଜ୍ୟରେ କରୋନା ମହାମାରୀ ସଂଖ୍ୟା ଦିନକୁ ଦିନ ବଢିଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବୃଦ୍ଧି ପାଉଛି  । ଆଜି ରାଜ୍ୟରେ ୨୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି  । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା  ୯୯୧କୁ ବୃଦ୍ଧି ପାଇଛି  । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି  ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  । ସେହିପରି ବାଲେଶ୍ୱରରୁ ୩,  ମୟୂରଭଞ୍ଜ ଓ ପୁରୀରୁ ୨ ଜଣ ଲେଖାଏଁ, ବରଗଡ, କଳାହାଣ୍ଡି, କନ୍ଧମାଳ, ମାଲକାନଗିରି, ନୟାଗଡ ଓ ସୁବଣ୍ଣପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି  ।

Get real time updates directly on you device, subscribe now.