fbpx

ରାଜ୍ୟରେ ୧୭ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୧୩ ।୧୦ (ଓଡିଶା ଭାସ୍କର): ରାଜ୍ୟରେ ଆଜି ୨୨୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ମୟୂରଭଞ୍ଜରୁ ସର୍ବାଧିକ ୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଭୁବନେଶ୍ୱରୁ ୩, ପୁରୀ ଓ ସୁନ୍ଦରଗଡରୁ ୨ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ବାଲେଶ୍ୱର, ବଲାଙ୍ଗିର, ଜଗତସିଂହପୁର, ଝାରସୁଗୁଡା, କେନ୍ଦ୍ରାପଡା, ସମ୍ବଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.