fbpx

ରାଜ୍ୟରେ କମୁନି ମୃତ୍ୟୁ ସଂଖ୍ୟା, ଆଜି ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ୱର,୧୫ ।୧୧(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ସୁନ୍ଦରଗଡ଼ ଓ ଭୁବନେଶ୍ୱରରୁ ସର୍ବାଧିକ ୪ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ସମ୍ବଲପୁର ଓ ବରଗଡ଼ରୁ ୩ ଜଣ ଲେଖାଏଁ , ବୌଦ୍ଧ, ଢେଙ୍କାନାଳ, କଳାହାଣ୍ଡିରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

Get real time updates directly on you device, subscribe now.