fbpx

ଓଡିଶାରେ କରୋନା ଯୋଗୁ ଆଖି ବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୧୦ ।୫(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୧୯୭କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା , କଳାହାଣ୍ଡି , ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ ରହିଥିବା ବେଳେ ପୁରୀରୁ ୨ ଜଣ ରହିଛନ୍ତି । ସେହିପରି ଅନୁଗୁଳ, ବଲାଙ୍ଗୀର ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି ।

ତେବେ ରାଜ୍ୟରେ ଆଜି ୧୦ ହଜାର ୦୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୩୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୩୪ ହଜାର ୮୪୨କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡରୁ ୮୨୪, କଟକରୁ ୭୨୦, ପୁରୀରୁ ୭୦୮, ଅନୁଗୁଳରୁ ୪୫୬, ବରଗଡରୁ ୪୫୦, କଳାହାଣ୍ଡିରୁ ୪୩୩, ଝାରସୁଗୁଡାରୁ ୪୧୮, ଯାଜପୁରରୁ ୩୨୮, ନୂଆପଡାରୁ ୩୧୧,ନବରଙ୍ଗପୁରରୁ ୩୦୬, ସମ୍ବଲପୁରରୁ ୩୦୨, ବଲାଙ୍ଗରରୁ ୨୭୪, ଷ୍ଟେଟପୁଲରୁ ୨୭୧, ନୟାଗଡରୁ ୨୬୯, ଭଦ୍ରକରୁ ୨୪୮, ଢେଙ୍କାନାଳରୁ ୨୪୪, କେନ୍ଦ୍ରାପଡାରୁ ୨୪୩, ଗଞ୍ଜାମରୁ ୨୦୯, ମୟୂରଭଞ୍ଜରୁ ୨୦୭, ବୌଦ୍ଧରୁ ୧୮୩, ସୁବର୍ଣ୍ଣପୁରରୁ ୧୬୯, କେନ୍ଦୁଝରରୁ ୧୬୬, କୋରାପୁଟରୁ ୧୪୨, ରାୟଗଡାରୁ ୧୩୨, ଦେବଗଡରୁ ୧୧୮, ଜଗତସିଂହପୁରରୁ ୧୧୫, ଗଜପତିରୁ ୮୯, କନ୍ଧମାଳରୁ ୭୫, ମାଲକାନଗିରିରୁ ୬୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.