ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱର ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।
ଆଜି ୧୭୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୪୭ ହଜାର ୧୭୪ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୩୬ ହଜାର ୫୦୧ ରହିଥିବା ବେଳେ ୨ ହଜାର ୨୨୬ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
Covid-19 Report For 21st November
New Positive Cases: 171
Of which 0-18 years: 34
In quarantine: 98
Local contacts: 73(Details of local contacts will be shared by concerned District)
1. Angul: 1
2. Balasore: 5
3. Bargarh: 1
4. Boudh: 3
5. Cuttack: 10
6. Dhenkanal: 1— I & PR Department, Odisha (@IPR_Odisha) November 22, 2021
ତେବେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧ ଜଣଙ୍କର ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୩୯୪କୁ ବୃଦ୍ଧି ପାଇଛି । ବାଲେଶ୍ୱର ଜିଲ୍ଲାରୁ ଜଣେ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
New recoveries: 271
Cumulative tested: 23286290
Positive: 1047174
Recovered: 1036501
Active cases: 2226— I & PR Department, Odisha (@IPR_Odisha) November 22, 2021