ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଦୈନିକ କୋଭିଡ୍ ସଂକ୍ରମଣ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ସ୍କୁଲ, କଲେଜ ଓ ବିଭିନ୍ନ ଅନୁଷ୍ଠାନକୁ ଖୋଲିବା ନେଇ ସରକାର ଅନୁମତି ଦେଇଛନ୍ତି । କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିହ୍ନଟ ହେବା ପରେ ସଂକ୍ରମଣ ହଠାତ୍ ଉଦ୍ଧ୍ୱର୍ମୁଖୀ ହେବାରେ ଲାଗିଥିଲା । ମାତ୍ର ଫେବୃଆରୀ ମାସ ଆରମ୍ଭରୁ ପୁଣି ଥରେ ସଂକ୍ରମଣ କମିବାରେ ଲାଗିଥିଲା । ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ କମୁଥିବା ବେଳେ ଅନ୍ୟପଟେ ଦୈନିକ ମୃତ୍ୟୁସଂଖ୍ୟା ବଢ଼ିବାରେ ଲାଗିଛି ।
ଆଜି ୧୭୧ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୯୮ ଓ ସ୍ଥାନୀୟ ଅଞ୍ଚଳରୁ ୭୩ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୩୪ ଜଣ ୧୮ ବର୍ଷରୁ କମ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୩୮ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୨ ଲକ୍ଷ ୭୩ ହଜାର ୩୦୪ ରହିଥିବା ବେଳେ ୨ ହଜାର ୬୧୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
8. Deogarh: 3
9. Dhenkanal: 1
10. Gajapati: 24
11. Ganjam: 1
12. Jagatsinghpur: 3
13. Jajpur: 15
14. Jharsuguda: 21
15. Kalahandi: 3
16. Kandhamal: 1
17. Kendrapada: 1
18. Khurda: 23
19. Koraput: 4
20. Mayurbhanj: 8
21. Nawarangpur: 3
22. Puri: 1
23. Rayagada: 5
24. Sambalpur: 22— I & PR Department, Odisha (@IPR_Odisha) February 28, 2022
25. Sundargarh: 7
26. State Pool: 5New recoveries: 382
Cumulative tested: 29263056
Positive: 1285038
Recovered: 1273304
Active cases: 2610— I & PR Department, Odisha (@IPR_Odisha) February 28, 2022