fbpx

ଦେଶରେ ଦିନକରେ ୧୭୫ ମୃତ, ୧୫ ହଜାର ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬ା୧: ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୭୫ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୫୨ ହଜାର ୯୩କୁ ବୃଦ୍ଧି ପାଇଛି । ଦିନକରେ ୧୫ ହଜାର ୧୫୮ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତ ସଂଖ୍ୟା ୧ କୋଟି ୫ ଲକ୍ଷ ୪୨ ହଜାର ୮୪୧କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୧୧ହଜାର ୩୩ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୧ ଲକ୍ଷ ୭୯ ହଜାର ୭୧୫ରେ ପହଞ୍ଚିଛି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.