fbpx

IOCL ପକ୍ଷରୁ ବାହାରିଲା ୧୭୬୦ଟି ପଦବୀ, ଆଜିଠାରୁ ଆବେଦନ ଆରମ୍ଭ

ଚାକିରି ଖୋଜୁଥିବା ଯୁବକ, ଯୁବତୀଙ୍କ ପାଇଁ ଏକ ଭଲ ଖବର ଆସିଛି । ଇଣ୍ଡିଆନ ଅଏଲ କର୍ପୋରେସନ ଲିମିଟେଡ (ଆଇଓସିଏଲ) ପକ୍ଷରୁ ୧୭୬୦ଟି ପଦବୀ ନିମନ୍ତେ ବିଜ୍ଞାପନ ବାହାରିଛି । ପ୍ରାର୍ଥୀଙ୍କୁ ଟେକ୍ନିସିଆନ ଆପ୍ରେଣ୍ଟାଇସ, ଟ୍ରେଡ ଆପ୍ରେଣ୍ଟାଇସ ଓ ଗ୍ରାଜୁଏଟ ଆପ୍ରେଣ୍ଟାଇସ ପଦବୀରେ ନିଯୁକ୍ତି ଦିଆଯିବ । ଇଚ୍ଛୁକ ପ୍ରାର୍ଥୀମାନେ ତଳେ ଦିଆଯାଇଥିବା ନୋଟିଫିକେସନ ଲିଙ୍କକୁ ଯାଇ ସବିଶେଷ ତଥ୍ୟ ପାଇ ପାରିବେ ।

ଡିସେମ୍ବର ମାସ ୧୪ ତାରିଖରୁ ଅନଲାଇନ୍ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ଜାନୁଆରୀ ମାସ ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ପରୀକ୍ଷା ତାରିଖ ପରେ ଘୋଷଣା କରାଯିବ । ୨୦୨୨ ମସିହା ଜାନୁଆରୀ ମାସ ୩୧ ତାରିଖ ସୁଦ୍ଧା ପ୍ରାର୍ଥୀଙ୍କର ବୟସ ୧୮ରୁ ୨୪ ବର୍ଷ ମଧ୍ୟରେ ହୋଇଥିବା ଆବଶ୍ୟକ । ବୟସ କୋହଳ ନିୟମ ଅନୁଯାୟୀ ଧାର୍ଯ୍ୟ କରାଯିବ ।

ଅନଲାଇନ୍ ଆବେଦନ ଲିଙ୍କ: Available on 14.12.2022

ନୋଟିଫିକେସନ ଲିଙ୍କ: https://img.freejobalert.com/uploads/2022/12/Notification-IOCL-Apprentice-Posts.pdf

ଅଫିସିଆଲ ୱେବସାଇଟ୍ ଲିଙ୍କ: https://www.iocl.com/

Get real time updates directly on you device, subscribe now.