fbpx

ଦେଶରେ ଆଜି ୧୭୬୧ ଜଣଙ୍କ ମୃତ୍ୟୁ, ୨.୫୯ ଲକ୍ଷ ଆକ୍ରାନ୍ତ

ନୂଆଦିଲ୍ଲୀ, ୨୦ା୪ : ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୧୭୬୧ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦କୁ ବୃଦ୍ଧି ପାଇଛି । ଦିନକରେ ୨ ଲକ୍ଷ ୫୯ହଜାର ୧୭୦ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି ।

ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୫୩ ଲକ୍ଷ ୨୧ ହଜାର ୮୯କୁ ବୃଦ୍ଧି ପାଇଛି । ତେବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ୩୧ ହଜାର ୯୭୭ ଜଣ ରହିଥିବା ବେଳେ ସୁସ୍ଥ ସଂଖ୍ୟା ୧ କୋଟି ୩୧ ଲକ୍ଷ ୮ ହଜାର ୫୮୨ରେ ପହଞ୍ଚିଛି । ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଜଣ ବର୍ତ୍ତମାନ ସୁଦ୍ଧା ଟିକା ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.