fbpx

ରାଜ୍ୟରେ ଆଉ ୧୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର, ୧୧ା୫(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୭କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୮୫କୁ ବୃଦ୍ଧି ପାଇଛି ।  ସୁସ୍ଥ ହୋଇଥିବା ୧୭ଜଣଙ୍କ ମଧ୍ୟରେ ସୁନ୍ଦରଗଡ଼ରେ ୭, ଯାଜପୁରରେ ୫ଜଣ, ଭଦ୍ରକରେ ୩ ଓ ବାଲେଶ୍ୱରର ୨ଜଣ ସୁସ୍ଥ ହୋଇଛନ୍ତିି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଉଲ୍ଲେଖଯୋଗ୍ୟ ଯେ  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୧ ଥିବା ବେଳେ ସେମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଛନ୍ତି ଓ ୩ଜଣଙ୍କର ମୃତ୍ୟୁ ହୋଇଛି । ବତ୍ତର୍ମାନ ଓଡ଼ିଶାରେ କରୋନେରେ ୩୦୩ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା ହେଉଛନ୍ତି ।

Get real time updates directly on you device, subscribe now.