fbpx

ଆଉ ୧୮ ଆକ୍ରାନ୍ତଙ୍କ ମୁଣ୍ଡ ନେଲା କୋଭିଡ୍

Advertisement

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟରେ ଆଉ ୧୮ ଜଣଙ୍କ କୋଭିଡ୍ ଜନିତ ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ଆସିଛି । ଅଡିଟ୍ ପ୍ରୋସେସ୍ ରେ ଆଉ ୧୮ ଜଣଙ୍କ ମୃତ୍ୟୁ ନେଇ ସ୍ୱାସ୍ଥ୍ୟ ବିଭାଗ ତରଫରୁ ସୂଚନା ଦିଆଯାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ କୋଭିଡ୍ ସଂକ୍ରମିତଙ୍କ ମୃତ୍ୟୁ ହୋଇଛି । ଗଞ୍ଜାମ ଓ ଯାଜପୁରରୁ ୩ ଜଣ ଲେଖାଏଁ ଓ ଜଗତସିଂହପୁରରୁ ୨ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, କଟକ, ଢ଼େଙ୍କାନାଳ, କେନ୍ଦୁଝର, ନୟାଗଡ଼ ଓ ପୁରୀରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟରେ ବର୍ତ୍ତମାନ କରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୬୧୨କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.