fbpx

ରାଜ୍ୟରେ ୧୮ ଜୀବନ ନେଲା କରୋନା, ଜାଣନ୍ତୁ କେଉଁଠୁ କେତେ?

ଭୁବନେଶ୍ୱର,୨୩ ।୧୦(ଓଡିଶା ଭାସ୍କର): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ କମୁଥିଲେ ବି ମୃତ୍ୟୁ ସଂଖ୍ୟା କମୁନାହିଁ । ଆଜି ୧୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୧୮ ଜଣଙ୍କର ମୃତ୍ୟୁ ହୋଇଛି । ଏହି କ୍ରମରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଅନୁଗୁଳ ଓ ଗଜପତିରୁ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଭୁବନେଶ୍ୱର , ଯାଜପୁର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, ମାଲକାନଗିରି, ନବରଙ୍ଗପୁର, ପୁରୀ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Get real time updates directly on you device, subscribe now.