fbpx

ଓଡିଶାରେ କରୋନା ଯୋଗୁ ଆଖି ବୁଜିଲେ ୧୮ ଆକ୍ରାନ୍ତ

ଭୁବନେଶ୍ୱର,୧୧ ।୫(ଓଡିଶା ଭାସ୍କର): ଓଡିଶାରେ କରୋନା ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୨୧୫କୁ ବୃଦ୍ଧି ପାଇଛି ।

ତେବେ ରାଜ୍ୟରେ ଆଜି ୯ ହଜାର ୭୯୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧ ହଜାର ୫୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫ ଲକ୍ଷ ୫୪ ହଜାର ୬୬୬କୁ ବୃଦ୍ଧି ପାଇଛି । ସେହିପରି ସୁନ୍ଦରଗଡରୁ ୧୦୧୮, କଟକରୁ ୬୪୧, ଅନୁଗୁଳରୁ ୫୨୬, ଝାରସୁଗୁଡାରୁ ୪୦୪, ନୂଆପଡାରୁ ୪୦୧, ଯାଜପୁରରୁ ୩୭୬, ସମ୍ବଲପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗିରରୁ ୩୪୨, ବାଲେଶ୍ୱରରୁ ୩୧୪, ନବରଙ୍ଗପୁରରୁ ୩୦୨, ଷ୍ଟେଟପୁଲରୁ ୨୮୦, ଗଞ୍ଜାମରୁ ୨୭୬, ବରଗଡରୁ ୨୭୦, ନୟାଗଡରୁ ୨୫୪, କେନ୍ଦୁଝରରୁ ୨୪୪, କଳାହାଣ୍ଡିରୁ ୨୨୪, ମୟୂରଭଞ୍ଜରୁ ୧୯୯, ଜଗତସିଂହପୁରରୁ ୧୮୯, କୋରାପୁଟରୁ ୧୭୪, କେନ୍ଦ୍ରାପଡାରୁ ୧୫୮, ବୌଦ୍ଧରୁ ୧୫୨, ରାୟଗଡାରୁ ୧୪୮, ସୋନପୁରରୁ ୧୪୦, ଦେବଗଡରୁ ୧୨୫, ଗଜପତିରୁ ୧୧୧, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୧, ମାଲକାନଗିରିରୁ ୬୩, ଭଦ୍ରକରୁ ୫୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.